om academy

ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା : ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

jsm
  • ଶାନ୍ତି, ସୌହର୍ଦ୍ୟ ବଜାୟ ରଖିବା ପାଇଁ ନିବେଦନ

ଭୁବନେଶ୍ୱର, (ପିଆଇବି) : ବାଲେଶ୍ଵରରେ ଆଜି ଘଟିଥିବା ଗୋଷ୍ଠୀ ଗତ ଉତ୍ତେଜନା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ଵର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୌଣସି ପରିସ୍ଥିତିରେ ଶାନ୍ତି ଶୃଙ୍ଖଳା ବ୍ୟାହତ ହେବାକୁ ଦିଆଯିବ ନାହିଁ । ଓଡ଼ିଶା ଏକ ଶାନ୍ତି ପ୍ରିୟ ରାଜ୍ୟ । ଭାଇଚାରା ବଜାୟ ରଖି ସମସ୍ତେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି ।

Leave A Reply

Your email address will not be published.