ନେପାଳ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ ପୁଣି ୬ ଜଣଙ୍କୁ ନୋଟିସ୍

ଭୁବନେଶ୍ୱର : କିଟ୍’ ନେପାଳ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ପୁଣି ୬ ଜଣଙ୍କୁ ନୋଟିସ୍‌ । ଉଚ୍ଚସ୍ତରୀୟ କମିଟି ପାଖରେ ୨୭ରେ ହାଜର ହେବାକୁ ନିର୍ଦ୍ଦେଶ । ୬ ଜଣଙ୍କୁ ନୋଟିସ୍‌ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା । ନୋଟିସ୍‌ ହୋଇଥିବା ୬ ଜଣ ହେଉଛନ୍ତି ଚିଫ୍‌ ପ୍ରୋକ୍ଟର ପିକେ ପଟ୍ଟନାୟକ, ହଷ୍ଟେଲ କୁଇନ୍‌ କାଷ୍ଟଲର ସିନିୟର ସୁପରିଟେଣ୍ଟେନ ସଂହିତା ମିଶ୍ର, ଆସିଷ୍ଟାଣ୍ଟ ଡାଇରେକ୍ଟର ସ୍ମରିକା ପତି, ଇଣ୍ଟରନାଲ କମିଟି ମୁଖ୍ୟ ଈପ୍ସିତା ଶତପଥୀ ଓ ଆଡ୍‌ମିନିଷ୍ଟ୍ରେଟିଭ ଅଫିସର ସିଦ୍ଧାର୍ଥ ରାୟଙ୍କୁ ଉଚ୍ଚସ୍ତରୀୟ କମିଟି ପାଖରେ ହାଜର ହେବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ କରାଯାଇଛି । ଏହା ପୂର୍ବରୁ କିଟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେବାକୁ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ହାଜର ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା । ଶୁକ୍ରବାର ସଂଧ୍ୟା ସାଢ଼େ ୬ଟାରେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ କୁହାଯାଇଥିଲା । କିଟ୍ ବିୟଶ୍ୱବିଦ୍ୟାଳୟରେ ପଢୁଥିବା ନେପାଳର ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନପୁଙ୍ଗ ତଦନ୍ତ ପାଇଁ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି

Leave A Reply

Your email address will not be published.