ଜନ୍ମ କଲା ମା’କୁ ମାରିଲା ନୃଶଂସ ପୁଅ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡା ପଂଚାୟତ ଗୁରୁପଡା ଗାଁରେ ଜଣେ ପୁଅର ଟାଙ୍ଗିଆ ଚୋଟରେ ମାଆ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ଗୁରୁପଡା ଗାଁର ବୈକୁଣ୍ଠ ମିଶ୍ରଙ୍କ ସାନ ପୁଅ ଅଶ୍ୱିନୀ ମିଶ୍ର ଆଜି ୧୨ଟା ସମୟରେ କୌଣସି ବିଷୟକୁ ନେଇ ତା’ ମା ମାଳତୀ ମିଶ୍ରଙ୍କ ସହ କଥା କଟାକଟି ହୋଇଥିବା ବେଳେ ପୁଅ ଅଶ୍ୱିନୀ ଉତ୍ୟକ୍ତ ହୋଇ ଏକ ଧାରୁଆ ଟାଙ୍ଗିଆରେ ହାଣି ପକେଇଥିଲା । ପରେ ଅଭିଯୁକ୍ତ ଟାଙ୍ଗିଆ ସହ ଫିରିଙ୍ଗିଆ ଥାନାରେ ଆତ୍ମ ସମର୍ପଣ କରିଥିବା ସୂଚନା ମିଳିଛି । ଖବର ପାଇ ଫିରିଙ୍ଗିଆ ଥାନାର ଅତିରିକ୍ତ ଥାନା ଅଧିକାରୀ ପ୍ରଦୀପ କୁମାର ରାଉଳ ଘଟଣାସ୍ଥଳରେ ପହଂଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗୁରୁତର ମହିଳାକୁ ଉଦ୍ଧାର କରି ପ୍ରଥମେ ଫିରିଙ୍ଗିଆ ମେଡିକାଲକୁ ଚିକିତ୍ସା ପାଇଁ ଆଣିଥିବା ବେଳେ ପରେ ଅବସ୍ଥା ଅତି ଗୁରୁତର ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି ।

jittmm
Leave A Reply

Your email address will not be published.