jayashree

ଗତ ୨୪ ଘଂଟାରେ ରାଜ୍ୟରେ ୨୪୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୪୮୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୨୮୭୩୦କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୨୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୦୫୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୭୯, ବାଲେଶ୍ୱରରୁ ୧୫୭, ବରଗଡ଼ରୁ ୨୨, ଭଦ୍ରକରୁ ୧୧୩, ବଲାଙ୍ଗିରରୁ ୧୬, ବୌଦ୍ଧରୁ ୧୨, କଟକରୁ ୪୨୨, ଦେବଗଡ଼ରୁ ୯, ଢେ଼ଙ୍କାନାଳରୁ ୫୯, ଗଜପତିରୁ ୧୧, ଗଂଜାମରୁ ୧୪, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୨୦୨, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୮୭, କେଉଁଝରରୁ ୬୮, ଖୋର୍ଦ୍ଧାରୁ ୪୦୭, କୋରାପୁଟରୁ ୫୨, ମାଲକାନଗିରିରୁ ୫୪, ମୟୁରଭଂଜରୁ ୧୦୩, ନବରଂଗପୁରରୁ ୨୩, ନୟାଗଡ଼ରୁ ୮୦, ନୂଆପଡ଼ାରୁ ୫, ପୁରୀରୁ ୧୫୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୨୬, ସୋନପୁରରୁ ୧୪, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ ପୁଲ୍‌ରୁ ୭୬ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.