
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୮୯୧୭କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୩୧୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨୬, ବାଲେଶ୍ୱରରୁ ୫୨, ବରଗଡ଼ରୁ ୧୮, ଭଦ୍ରକରୁ ୮, ବଲାଙ୍ଗିରରୁ ୨, କଟକରୁ ୧୧୭, ଦେବଗଡରୁ ୧୨, ଢେଙ୍କାନାଳରୁ ୧୨, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୮, ଯାଜପୁରରୁ ୩୫, ଝାରସୁଗୁଡାରୁ ୧, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୧୫, କେଉଁଝରରୁ ୫, ଖୋର୍ଦ୍ଧାରୁ ୨୮୯, ମାଲକାନଗିରିରୁ ୨, ମୟୁରଭଞ୍ଜରୁ ୨୪, ନବରଙ୍ଗପୁରରୁ ୧, ନୟାଗଡରୁ ୧୨, ପୁରୀରୁ ୧୩, ରାୟଗଡାରୁ ୫, ସମ୍ବଲପୁରରୁ ୨୦, ସୋନପୁରରୁ ୧, ସୁନ୍ଦରଗଡରୁ ୧୦ ଓ ଷ୍ଟେଟ ପୁଲରୁ ୫୯ ଚିହ୍ନଟ ହୋଇଛନ୍ତି ।