oom

ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

jsmm

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବରଗଡ଼ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍‌ଘାଟନ କରି ନୂଆଁଖାଇ ଆଉ ସୀମିତ ହୋଇ ରହି ନାହିଁ ସମଗ୍ର ଭାରତ ବର୍ଷର ବିଭିନ୍ନ ସ୍ଥାନରେ ପାଳିତ ହେଉଥିବା ଉଲ୍ଲେଖ କରି ନୂଆଁଖାଇ ଭାଇଚାରାର ପର୍ବ ବୋଲି ଉଲ୍ଲେଖ କରିଥିଲେ । ସମ୍ମାନିତ ଅତିଥି ଭାବେ ଏଡିଏମ୍‌ ନବୀନ କୁମାର ପଟେଲ, ପୌରାଧ୍ୟକ୍ଷା କଳ୍ପନା ମାଝୀ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଅଧ୍ୟାପକ ଚୁଡାମଣି ରଥ ଯୋଗଦେଇ ନୂଆଁଖାଇ ସଂସ୍କୃତି ଉପରେ ବିସ୍ତୃତ ଆଲୋଚନା କରିଥିଲେ । ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଜିଲ୍ଲାରୁ ଆସିଥିବା ବିଭିନ୍ନ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

jittmm
Leave A Reply

Your email address will not be published.