csstore

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ମଧ୍ୟରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମିଳନୀ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅଧ୍ୟକ୍ଷା ପ୍ରତିଭା ପାଢ଼ୀଙ୍କ ପୌରହିତ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଗଞ୍ଜାମ ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ମୁଖ୍ୟବକ୍ତା ଭାବେ ଗଞ୍ଜାମ କଲେଜର ଓଡ଼ିଆ ବିଭାଗ ମୁଖ୍ୟ ଅଧ୍ୟାପକ ଲକ୍ଷ୍ମୀନାରାୟଣ ପଣ୍ଡା,ସମ୍ମାନିତ ଅତିଥି ଭାବେ ଗଞ୍ଜାମ ବ୍ଲକ ବିଇଓ ଭାଗିରଥି ବେହେରା, ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ସଭାପତି ଲିଙ୍ଗରାଜ ପଟ୍ଟନାୟକ, ସହ ସମ୍ପାଦକ ବିପ୍ର ଚରଣ ମହାପାତ୍ର ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ରହିଥିଲେ । କାର୍ଯ୍ୟନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡାଙ୍ଗୁଆ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଅନ୍ୟ ପଟେ ଏହି କାର୍ଯ୍ୟକ୍ରମରେ ଉପନଗର ପାଳ ଏବଂ ଅନ୍ୟ ୮ ଜଣ କାଉନ୍‌ସିଲର୍‌ଙ୍କ ଅନୁପସ୍ଥିତ ଦେଖିବାକୁ ମିଳିଥିଲା । ଯାହାକୁ ନେଇ ସାଧାରଣରେ ଏକ ପ୍ରକାର ଆଲୋଚନା ହେଉଥିବା ଦେଖିବାକୁ ମିଳିଥିଲା । ମୁଖ୍ୟତଃ ଅନୁପସ୍ଥିତ ରହିଥିବା ଉପନଗର ପାଳ ଏବଂ କାଉନ୍‌ସିଲର୍‌ମାନେ ବିଜୁ ଜନତା ଦଳର ଅଟନ୍ତି । ଯାହାକୁ ନେଇ ଆଲୋଚନା ଜୋର ଧରିଥିଲା । ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ ଓଡ଼ିଆ ଭାଷାର ଇତିହାସ ଓ ବର୍ତ୍ତମାନ ସହ କିଭଳି ଭାଷାର ଉନ୍ନତି ହେବ ତାହା ଉପରେ ମତ ଉପସ୍ଥାପନ କରିଥିଲେ । ଯନ୍ତ୍ରୀ ମାନସ ରଞ୍ଜନ ପଣ୍ଡା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଭାଷା ଉପରେ ଆଧାରିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଏବଂ ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗୀମାନଙ୍କ ମଧ୍ୟ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.