
ଭୁବନେଶ୍ୱର, (କେପିଏନ୍ଏସ୍) : ଦୀର୍ଘ ୧୨ ଦିନର ଉତ୍କଣ୍ଠା ଓ ଆଶଙ୍କାର ଅନ୍ତ ଘଟିଛି । ୟୁକ୍ରେନ୍ରେ ପଢୁଥିବା ଓଡିଆ ଛାତ୍ରଛାତ୍ରୀଙ୍କ ପରିବାର ପାଇଁ ଆଣିଛି ଆଶ୍ୱସ୍ତି । ୟୁକ୍ରେନ୍ରେ ପାଠ ପଢୁଥିବା ୭୭ ଓଡିଆ ଛାତ୍ରଛାତ୍ରୀ ଗତକାଲି ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥିବା ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।