ମୋଦିଙ୍କ ମନ ଜିଣିଲା ଓଡ଼ିଆ ଝିଅ

ନୂଆଦିଲ୍ଲୀ : ଓଡ଼ିଶାର କଳାକୁ ପୁଣି ଜାତୀୟ ସ୍ତରରେ ମିଳିଲା ସାବାସି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ୍ କୀ ବାତରେ ରାଉରକେଲାର ଝିଅ ଭାଗ୍ୟଶ୍ରୀ ସାହୁଙ୍କ କଳାକୁ ପ୍ରଶଂସା କରିଛନ୍ତି । ଇଞ୍ଜିନିୟରିଂ ଛାତ୍ରୀ ଭାଗ୍ୟଶ୍ରୀ ଗତ କିଛି ଦିନ ହେଲା ପଟ୍ଟଚିତ୍ରକୁ ଆପଣାଇ ଯେଉଁଭଳି ନିପୁଣତା ହାସଲ କରିଛନ୍ତି, ତାହା ପ୍ରଶଂସନୀୟ ବୋଲି ମୋଦି କହିଛନ୍ତି । ଲକଡାଉନ ସମୟରେ ବୋତଲରେ ମଧ୍ୟ ସେ ପେଣ୍ଟିଂ କରୁଥିଲେ । ଏବେ କର୍ମଶାଳା ବି ଆୟୋଜନ କରୁଛନ୍ତି । ବିଶେଷ କରି କିଛି ଦିନ ତଳେ ସେ ଆଙ୍କିଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଚିତ୍ର ମୋଦିଙ୍କ ମନ କିଣିପାରିଛି । ପ୍ରଧାନମନ୍ତ୍ରୀ ମୋଦି ଭାଗ୍ୟଶ୍ରୀଙ୍କ ଭବିଷ୍ୟତ ପାଇଁ ଶୁଭକାମନା ଦେବା ସହ ଆଗକୁ ମଧ୍ୟ କଳା ମାଧ୍ୟମରେ ବହୁତ କିଛି ଶିଖାଯାଇପାରିବ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.