csstore

କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ମହାପୁରୁଷଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ କୁଳମଣି ମେହେରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କପିଲାଭଟା ପଞ୍ଚାୟତର ସରପଞ୍ଚ ତୁଳସେ ଭୋଇ, ମୁଖ୍ୟବକ୍ତା ଭାବେ କପିଲାଭଟା ଗ୍ରାମପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନୀଳମଣି ବିଶି, ସମ୍ମାନିତ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ, ନାଏବ ସରପଞ୍ଚ ଝସକେତନ ସାହୁ, ଯୁବନେତା ତେଜରାଜ ଭୋଇ, ଜିଓଟେଗ ଶୋଭାକର ନାଗ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ପରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା କୃତି ପ୍ରତିଯୋଗୀମାନଙ୍କୁ ଟ୍ରଫି ଓ ପ୍ରମାଣପତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା । ଏଥିରେ ପଞ୍ଚାୟତର କର୍ମଚାରୀମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.