ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ ଓ ବିଷ୍ଣୁ ଦେବ ସାଏ

ଭୁବନେଶ୍ୱର : ଓଡ଼ିଶାରେ ବିଜେପି ପାଇଁ ପ୍ରଚାର କରିବାକୁ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦଳର ତୁଙ୍ଗ ନେତା । ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭବାନୀପାଟଣା ଓ ରାୟଗଡ଼ାରେ ଜନସଭାକୁ ସମ୍ବୋଧିତ କରିବେ । ସେହିପରି ନବରଙ୍ଗପୁର ଆସିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ । ରାୟପୁରରୁ ହେଲିକପ୍ଟରରେ ନବରଙ୍ଗପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ କୋଟପାଡ଼, ନବରଙ୍ଗପୁର ଓ ଉମରକୋଟରେ ସଭା କରି ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ । ସେହିପରି ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ଆଉ ୨ ବରିଷ୍ଠ ନେତା ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ପୁରୀ ଓ କୃଷ୍ଣପ୍ରସାଦ ସମାବେଶରେ ଯୋଗଦେବେ ଗଡ଼କରୀ । ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ୩ଟି ସ୍ଥାନ ଯଥାକ୍ରମେ ମାଲକାନଗିରି, ଚିତ୍ରକୋଣ୍ଡା, ଖଲ୍ଲିକୋଟରେ ସଭା କରିବେ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

15 − 15 =