ଆଜି ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏହି ଦିନିକିଆ ଗସ୍ତରେ ପ୍ରଥମେ ଭବାନୀପାଟଣା ଏବଂ ତା’ ପରେ ରାୟଗଡ଼ାରେ ବିଜେପି ପାଇଁ ନିର୍ବାଚନୀ ପ୍ରଚାର କରିବେ ରାଜନାଥ । ସୂଚନା ଅନୁସାରେ, ଦିନ ୧୨ଟା ୪୦ରେ ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୋଲିସ ଗ୍ରାଉଣ୍ଡରେ ପହଞ୍ଚିବେ ରାଜନାଥ ସିଂ । ଦିନ ଗୋଟାଏରେ ସ୍ଥାନୀୟ ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେବେ । ଏଥିରେ ଜିଲ୍ଲା ବିଜେପି ସଭାପତି, ଜିଲ୍ଲା ବିଜେପି ପ୍ରଭାରୀ, କଳାହାଣ୍ଡି ବିଜେପି ସାଂସଦ ପ୍ରାର୍ଥୀ ମାଳବିକା ଦେଓଙ୍କ ସମେତ ଜିଲ୍ଲାର ବିଜେପି ବିଧାୟକ ପ୍ରାର୍ଥୀମାନେ ଯୋଗଦେବେ । ଏହାପରେ ଅପରାହ୍ନ ୨ଟା ୪୦ରେ ଭବାନୀପାଟଣାର କାର୍ଯ୍ୟକ୍ରମ ସାରି ରାୟଗଡ଼ା ଅଭିମୁଖେ ଯାତ୍ରା କରିବେ ରାଜନାଥ । ଅପରାହ୍ଣ ୩ଟା ୧୦ରେ ରାୟଗଡ଼ା ସହର ବାରିଝୋଲା ରୋଡ୍ ଏସିଆର୍‌ ଗ୍ରାଉଣ୍ଡରେ ଜନସଭାକୁ ସମ୍ବୋଧିତ କରିବେ ରାଜନାଥ । ସେଠାରେ ସେ ପ୍ରାୟ ୧ ଘଣ୍ଟା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.

16 − 6 =