ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ ନେତା ନୀତିନ ଗଡ଼କରୀ ଓ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର : ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି । କ୍ୟାମ୍ପେନ୍ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ୍ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଗଡ଼କରୀ ପୁରୀ ଗସ୍ତରେ ଯାଇ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛ । ସେହିପରି ହିମନ୍ତ ବିଶ୍ୱଶର୍ମା ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ପ୍ରଚାର କରିବେ । ଏହାପରେ ଆସନ୍ତାକାଲି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଭୋଟ୍ ଗ୍ରହଣ ତାରିଖ ଯେତିକି ପାଖୋଉଛି ବିଜେପିର କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ପ୍ରଚାର ତାତିକୁ ସରଗରମ କରିଛି ।

Leave A Reply

Your email address will not be published.

11 − four =