ତୈଳ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ୬ ଘଂଟିଆ ଓଡ଼ିଶା ବନ୍ଦ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପେଟ୍ରୋଲ ଓ ଡିଜେଲ ସହ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧିର ପ୍ରତିବାଦରେ ଆଜି ବାମ ଦଳ ୬ ଘଂଟିଆ ଓଡ଼ିଶା ବନ୍ଦ ପାଳନ କରୁଛି । ସିପିଆଇ, ସିପିଆଇ(ଏମ୍‌), ସିପିଆଇ(ଏମଏଲ୍‌) ଆଦି ବାମ ଦଳ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ସକାଳ ୬ଟାରୁ ଦିନ ୧୨ଟା ଯାଏ ବନ୍ଦ ପାଳନ ହେଉଛି । ଦରବୃଦ୍ଧିକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ନାରା ଲଗାଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଆନ୍ଦୋଳନକାରୀ ମାନେ । ବନ୍ଦ ପାଳନ ଅବସରରେ ଆଜି ସକାଳୁୁ ବିଭିନ୍ନ ପେଟ୍ରୋଲ ପମ୍ପ ଆଗରେ ବାମ ଦଳର କର୍ମକର୍ତ୍ତା ଓ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ବିଭିନ୍ନ ସ୍ଥାନରେ ପିକେଟିଂ କରି ରାସ୍ତାରୋକ ଜାରି ରହିଛି । ରେଳରୋକ ବି କରିଛନ୍ତି ଆନ୍ଦୋଳନକାରୀ । ଅନେକ ସ୍ଥାନରେ ଗାଡ଼ିମୋଟର ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି । ଏହି ୬ ଘଂଟିଆ ବନ୍ଦକୁ ସମର୍ଥନ କରିଛି ରାଜ୍ୟ କଂଗ୍ରେସ ଓ କିଛି ଟ୍ରେଡ୍‌ ୟୁନିଅନ୍‌ । ଲୋକଙ୍କୁ ଆଜି ଦିନକ ପାଇଁ ପେଟ୍ରୋଲ ଓ ଡିଜେଲ ନକିଣିବାକୁ ଅପିଲ କରିଛି ଦଳ ।

Leave A Reply

Your email address will not be published.