ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଅନୁଗୋଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ସେହିପରି ପୁରୀ, ରାୟଗଡ଼ା ସମ୍ୱଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧ଶହ ୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post