ରାଜ୍ୟରେ ଆଜି ସର୍ବାଧିକ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି । ଆଜି ରାଜ୍ୟରେ ସର୍ବାଧିକ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୬୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୪ ଜଣ, ଅନୁଗୁଳ, ଭଦ୍ରକ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଢ଼େଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

five × one =