mahavir

ଭାରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମୁସୁକୁଲି ସ୍ଥିତ ଏକ ବୁଲାଣି ନିକଟରେ ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଦୁର୍ଘଟଣା ଘଟିଛି । ଘଟଣାରୁ ପ୍ରକାଶ ଯେ, ବାଲିଗୁଡାରୁ ଅଟୋ ଯୋଗେ ବାରଖମାକୁ ମାଛ ନେଇ ଯାଉଥିବା ସମୟରେ ରାଜ୍ୟ ରାଜପଥ ୪୧ ନମ୍ବର ରାସ୍ତାର ମୁସୁକୁଲି ନିକଟରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ଯାଇଥିଲା । ଦୁର୍ଘଟଣାରେ ଅଟୋ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ମାଛ ଗୁଡିକ କ୍ଷତି ଘଟିଥିବା ଜଣାପଡିଛି ।

Leave A Reply

Your email address will not be published.