ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୫ ଯାତ୍ରୀ ଆହତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ବୁଡାଗୁଡ଼ା ନେଡିପାଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଏହି ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଏକ ଅଟୋ ହଠାତ୍‌ ବୁଡାଗୁଡ଼ା ନେଡିପାଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଯାହାଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ତୁରନ୍ତ ଆହତଙ୍କୁ ଉଦ୍ଧାର କରି ବୁଡ଼ାଗୁଡ଼ା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.