jayashree

ରାଜଗାଙ୍ଗପୁରରେ ରେଲ୍‌ ଓଭରବ୍ରିଜ ନିର୍ମାଣ ହେବ ତ୍ୱରାନ୍ୱିତ

  • ଜମି ଅଧିଗ୍ରହଣ ପରିବର୍ତ୍ତେ ଆବଶ୍ୟକ ଜମି
  • ସିଧାସଳଖ ଲୋକଙ୍କ ଠାରୁ କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ୱର : ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁରଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରାନଯାଇ ସିଧା ସଳଖ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ମାର୍ଚ୍ଚ ମାସ ୧୧, ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ । ଏହି ଗସ୍ତ ସମୟରେ ଜିଲ୍ଲାର ରାଜଗାଙ୍ଗପୁରଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ ।

ଏହା ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ, ଆର୍‌ଓବି ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର କିଣିନେଇ ନିର୍ମାଣ କାମକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି ରେଳ ଓଭରବ୍ରିଜଟି ସୁନ୍ଦରଗଡ ଜିଲ୍ଲାର ସୋନାଖାନ୍ ଓ କାଂଶବାହାଲ ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ ।

Leave A Reply

Your email address will not be published.