ବିଜେଡିର ଜନ ସଂପର୍କ ପଦଯାତ୍ରା

ସୋହେଲା : ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ସୋହେଲା ବ୍ଲକର ସହୀଦ ପୀଠ ଘେଁସଠାରେ ଭଟଲି ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଦେଶକୁ ବିଦେଶୀ ଶାସନରୁ ମୁକ୍ତ କରିବା ପାଇଁ ନିଜ ଜୀବନକୁ ବଳିଦାନ ଦେଇଥିବା ସହୀଦ ମାଧୋ ସିଂ ଓ ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ତଥା ସହୀଦ ସ୍ମୃତି ପୀଠରେ ମାଲ୍ୟାର୍ପଣ କରିବା ପରେ ପଦଯାତ୍ରା ଆରମ୍ଭ ହୋଇ ଗ୍ରାମ ପରିକ୍ରମା କରାଯାଇଥିଲା । ଏହି ଅବସରରେ ଆୟୋଜିତ ସଭାରେ ଜନ ସମ୍ପର୍କ ପଦଯାତ୍ରାର ଉଦ୍ଦେଶ୍ୟ ତଥା ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ଆଲୋକପାତ କରାଯାଇ ଲୋକଙ୍କୁ ସଚେତନ କରାଯାଇଥିଲା । ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦୟାନିଧି ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ, ସୋହେଲା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବବି ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ସୁନାଫୁଲ ସିଂ ବରିହା, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ପ୍ରଫୁଲ୍ଲ ପ୍ରଧାନ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁବ୍ରତ ବେହେରା, ବିଜୁ ଯୁବ ଜନତା ଦଳ, ଛାତ୍ର ଜନତା ଦଳ ଏବଂ ସଂଗ୍ରାମୀ ଗାଁର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ଜନ ସଂପର୍କ ପଦଯାତ୍ରାରେ ମହିଳାମାନେ ସହସ୍ରାଧିକ ସଂଖ୍ୟାରେ ଯୋଗ ଦେଇଥିବା ପରିଲକ୍ଷିତ ହୋଇଥିଲା ।

Leave A Reply

Your email address will not be published.

19 + five =