ବଲାଙ୍ଗିରରେ ବିଜେଡ଼ିର ଜନ ସଂପର୍କ ପଦଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କ ନେତୃତ୍ୱରେ ବିଜେଡ଼ି ଜନ ସଂପର୍କ ପଦଯାତ୍ରା ଆୟୋଜିତ ହୋଇଯାଇଛି । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦେଶରେ ଆୟୋଜିତ ଏହି କାର୍ଯ୍ୟକ୍ରମ ବଲାଙ୍ଗିର ସାର୍କିଟ୍‌ ହାଉସ୍‌ରୁ ଆରମ୍ଭ ହୋଇଥିବା ବେଳେ ବଲାଙ୍ଗିର ସହର ପରିକ୍ରମା କରିଥିବା ଦେଖିବାକୁ ମିଳିଥିଲା । ଏହି ପଦଯାତ୍ରା କାର୍ଯ୍ୟକ୍ରମରେ ପୌର ଅଧ୍ୟକ୍ଷା ଶ୍ରୀମତୀ ସାହୁଙ୍କ ସହ ପୌର ପରିଷଦର କାଉନ୍‌ସିଲର୍‌ ସମୂହ ତଥା ସହରର ବିଜେଡ଼ି ନେତା ଓ କର୍ମକର୍ତ୍ତାମାନେ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.