ସୁବର୍ଣ୍ଣପୁରରେ ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ପାଳନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ୍’ର ୧୫୦ ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳ ଡା. ନୃପରାଜ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ(ରାଜସ୍ୱ), ଅଞ୍ଜଳିନା ପ୍ରଧାନ(ସାଧାରଣ)ଙ୍କ ସହ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହିବା ସହ କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଯୋଗ ଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଜାତୀୟ ସ୍ତରରେ କରାଯାଇଥିବା ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ୍’ର ସମୂହ ଗାୟନ ସମାରୋହ ଲାଇଭ୍ ଟେଲିକାଷ୍ଟ ମାଧ୍ୟମରେ ଜିଲ୍ଲା ସ୍ତରରେ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନଙ୍କ ଦ୍ଵାରା ଆୟୋଜିତ ହୋଇଥିଲା ।

Leave A Reply

Your email address will not be published.