mahavir

ଅକ୍ଷୟ ତୃତୀୟା ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟ ମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଏହି ଅବସରରେ ବଲାଙ୍ଗିର ଜିଲ୍ଲାପ୍ରଶାସନ ପକ୍ଷରୁ ମଧ୍ୟ ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ବଡ଼ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଅତିରିକ୍ତ ଜିଲ୍ଲାପାଳ, ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.