
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଅଗ୍ନି ନିର୍ବାପକ ଅଧିକାରୀ ଲାଲୁ ମୁଣ୍ଡା ଯୋଗ ଦେଇ ଦିବସର ମହତ୍ତ୍ଵ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ତାଙ୍କ ବକ୍ତବ୍ୟରେ କହିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ସା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୁରୁଜୀ କୁନୁ ସାହୁ ସଭା ସଂଯୋଜନା କରିଥିଲେ । ବିଭିନ୍ନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଦେଶାତ୍ମବୋଧ ସଙ୍ଗୀତ ଓ ଭାରତର ସ୍ୱାଧୀନତାର ସାମିଲ ଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କ ବଳିଦାନକୁ ମନେ ପକାଇ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ପରିଚାଳନା ସମିତିର ସଦସ୍ୟ କିଶୋର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।