ପଲ୍ଲୀ ଆଲୋକ ପାଠାଗାର ଠାରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଇସିଂହା ସ୍ଥାନୀୟ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ତରଫରୁ କାର୍ଯ୍ୟାଳୟ ପ୍ରାଙ୍ଗଣରେ ୭୯ତମ ସ୍ୱାଧୀନତା ଦିବସ ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଗ୍ରାମର ସମସ୍ତ ଶିକ୍ଷାନୁଷ୍ଠାନର ଶିକ୍ଷକ/ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ଯୁବଗୋଷ୍ଠୀ ତଥା ବରିଷ୍ଠ ନାଗରିକଙ୍କ ସମେତ ଗ୍ରାମବାସୀ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଗ୍ରାମ ପରିକ୍ରମା ପରେ ପଲ୍ଲୀ ଆଲୋକ ପାଠାଗାର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ସମସ୍ତେ ଅଂଶଗ୍ରହଣ କରିଥିଲେ । ବ୍ଲକ କୃଷି ଅଧିକାରୀ ଆଶିଷ କୁମାର ପାଣିଗ୍ରାହୀ ଅନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବା ପରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସମ୍ପାଦକ ପ୍ରଶାନ୍ତ ନାୟକ ପରିଚାଳନା କରିଥିବା ବେଳେ ସମସ୍ତ ସଭ୍ୟ ସଭ୍ୟା ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.