ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ତରଙ୍ଗିଣୀ ପାଳିତ ହୋଇସାରିଛି । ଉକ୍ତ ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପହଣ୍ଡି ବିଜୟ ମେହେର ସଭାପତିତ୍ୱ କରିଥିବା ବେଳେ ବରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ରାଜବୋଡାସମ୍ବର୍ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ସ୍ଵତନ୍ତ୍ର ଅତିଥି ତଥା ଏସ୍ ଏମ୍ ସି ଅଧ୍ୟକ୍ଷା ଶ୍ରୀମତୀ ବିନିଲତା ସାହୁ ଓ ଗୋବିନ୍ଦ ପ୍ରସାଦ ଅଗ୍ରୱାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥିଙ୍କ ଦ୍ଵାରା ବରପୁତ୍ର ଓ ଗଜାନନ ସରସ୍ଵତୀ ପୂଜାର୍ଚ୍ଚନା ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାର ଉଦ୍ଦେଶ୍ୟ ଜ୍ଞାପନ ଏବଂ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ । ମାନସ ରଂଜନ ଶତପଥୀ ଏବଂ ରବୀନା ପଧାନ ସଭା ପରିଚାଳନା କରିଥିଲେ ଏବଂ ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋସ୍ନା ରାଣୀ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ । ବାର୍ଷିକ ଉତ୍ସବ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପୂଜାରାଣୀ ନାୟକ, ମନୀଷା ଭୋଇ, ଖୁସବୁ ବରିହା, ଅମନ୍ କୁମାର ପଣ୍ଡା, ଜ୍ୟୋତି ରେଖା ମହାନନ୍ଦ, ପ୍ରଭାତୀ ପଟ୍ଟନାୟକ, ମମତା ମିଶ୍ର, ନିଳୀମା ରାଣୀ ମହାନ୍ତି, ସୁଷମା ଦାଶ, ଦୁଷ୍ମନ୍ତ ଛତର, କମଳା କୁମ୍ଭାର, ପ୍ରଭାସିନୀ ସାହୁ ସହଯୋଗ କରିଥିଲେ ।