
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପୌରାଞ୍ଚଳ ଅନ୍ତର୍ଗତ ଭାସ୍କର ରାଓ ପେଟ୍ଟା ସାହିସ୍ଥ ସାଇବିହାର ବିବେକାନନ୍ଦ ପବ୍ଲିକ ସ୍କୁଲରେ ଓ.ଆର.ଏସ ସପ୍ତାହ ବର୍ଣ୍ଣାଢ୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାରତୀୟ ଶିଶୁ ରୋଗ ବିଶେଷଜ୍ଞ ସଂଗଠନର ଗଞ୍ଜାମ ଜିଲ୍ଲା ସମ୍ପାଦକ ତଥା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ନିକୁଞ୍ଜ ବିହାରୀ ଦାଶ ଅଧ୍ୟକ୍ଷତା କରିଥିଲେ । ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଅଲେଖ ପ୍ରଧାନ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଉକ୍ତ କାର୍ଯ୍ୟକ୍ରମରେ ସ୍ଵାସ୍ଥ୍ୟ ସଚେତନତା ଅଭିଯାନ ଜରିଆରେ ମନ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲର ଅଧ୍ୟକ୍ଷ ସୁଧୀର କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଅଭିଭାବକ ବୃନ୍ଦ ଯୋଗଦେଇ ସକ୍ରୀୟ ଅଂଶଗ୍ରହଣ କରିଥିଲେ ।