jayashree

ବଲାଙ୍ଗିରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଉତ୍ସାହ ଓ ଦେଶାତ୍ମବୋଧର ପରିବେଶ ମଧ୍ୟରେ ପାଳିତ ହୋଇଛି ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ । ମନୋହରପୁର ପୋଲିସ ପଡ଼ିଆରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ବହୁ ଅଧିକାରୀ, ଜନପ୍ରତିନିଧି ଓ ସାଧାରଣ ଲୋକ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ, କ୍ରୀଡ଼ା ଓ ଯୁବ ସେବା ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇଥିଲେ । ମନ୍ତ୍ରୀ ଶ୍ରୀ ସୂରଜ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ଦେଶର ସ୍ୱାଧୀନତା ସଂଗ୍ରାମୀ ଓ ବୀର ସହିଦମାନଙ୍କୁ ସ୍ମରଣ କରାଯାଇଥିଲା । ବିଭିନ୍ନ ବିଭାଗ ପକ୍ଷରୁ ପ୍ୟାରେଡ୍ ଓ ଦେଶଭକ୍ତିମୂଳକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା ।

Leave A Reply

Your email address will not be published.