କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : କଣ୍ଟାବାଞ୍ଜିର ୧୪ ନଂ ୱାର୍ଡର ପରିଚୟ ଗୃହଠାରେ ମଙ୍ଗଳବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଦିବସରେ ସହରର ୩ଟି ସ୍ଲମ୍ ଏରିଆ, ୧୩,୧୪ ଓ ୧୫ ନମ୍ବର ୱାର୍ଡରେ ସ୍ୱଂୟ ସହାୟକ ଗୋଷ୍ଠୀ ସଦସ୍ୟମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଏନ୍ଏସି ପକ୍ଷରୁ ଝୋଟି, ମଣ୍ଡାପିଠା, ରେଙ୍ଗାଲି, କୁଇଜ ଆଦି ପ୍ରତିଯୋଗିତା ଆୟୋଜିତ ହୋଇଥିଲା । କୃତି ପ୍ରତିଯୋଗୀମାନଙ୍କୁ ଆସନ୍ତା ସ୍ୱାଧୀନତା ଦିବସ ଅବସରରେ ପୁରସ୍କୃତ କରାଯିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ କହିଛନ୍ତି ।
Prev Post