pakka

ପାଇକମାଲ ଯମୁନା କାନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଯମୁନା କାନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟରେ ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ ହୋଇଯାଇଛି । ଜୟନ୍ତୀ ପାଳନ ଅବସରରେ ଛାତ୍ରୀମାନେ କବିଙ୍କ ସଂଗୀତ ଗାନ କରିଥିଲେ । ଜୟନ୍ତୀରେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ପ୍ରେମାନନ୍ଦ ବାରିକ ଯୋଗ ଦେଇଥିବା ବେଳେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନ ରଞ୍ଜନ ବାଗ ମୁଖ୍ୟ ଅଥିତି ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ପଣ୍ଡା ସଭାପତିତ୍ୱ କରିଥିଲେ । ଶିକ୍ଷକ ସେବକ ସେଠ ଅଥିତି ପରିଚୟ ପ୍ରଦାନ କରିଥିଲେ । ଶିକ୍ଷୟତ୍ରୀ ସଂଗୀତା ସାହୁ ଓ ନମିତା ସାହୁ ମଞ୍ଚ ପରିଚାଳନା କରିଥିଲେ । ରଞ୍ଜିତା ସାହା, ଉଷା ଦାସ, ଅନିତା ପାଣିଗ୍ରାହୀ ମିଷ୍ଟାନ୍ନ ବଣ୍ଟନ କରିଥିଲେ । ଶେଷରେ ଶିକ୍ଷୟତ୍ରୀ ଅନିମା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

five × 5 =