om academy

ଗାଇସିଲେଟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ଗାଇସିଲେଟ, (ଦିଲ୍ଲିପ ସରାପ) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗାଇସିଲେଟଠାରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ଗାଇସିଲେଟ ଜୋନର ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ଝରଣା‌ ପାଣିଗ୍ରାହୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଭାରତ ମାତାଙ୍କ ଚରଣରେ ୭୫ଦୀପ ପ୍ରଜ୍ବଳନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରି ସେ ତାଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିବା ସହିତ ଦେଶକୁ ଭଲ ପାଇବା ଏବଂ ନିଜକୁ ଜଣେ ସୁନାଗରିକ ଭାବରେ ଗଢ଼ି ତୋଳିବା ପାଇଁ ପରାମର୍ଶ ଦେଇଥିଲେ । ଉକ୍ତ ଉତ୍ସବରେ ପ୍ରଧାନ ଆଚାର୍ଯ୍ୟ ଅଶ୍ୱିନୀ କୁମାର ବାରିକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବେଦବ୍ୟାସ ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ମୁଖ୍ୟ ଅତିଥି ମହୋଦୟା ଆଚାର୍ଯ୍ୟ ଆଚାର୍ଯ୍ୟା, ପରିଚାଳନା ସମିତି ସଦସ୍ୟ, ପୂର୍ବ ପରିଚାଳନା ସମିତି ସଦସ୍ୟ ବୃନ୍ଦ, ଅଭିଭାବକ ଅଭିଭାବିକା ଏବଂ ଛାତ୍ରଛାତ୍ରୀଙ୍କ ସହିତ କଲଙ୍ଗାପାଲି ସ୍ଥିତ ଶହୀଦ ଛକଠାରେ ଥିବା ଶହୀଦ ସ୍ତମ୍ଭରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Leave A Reply

Your email address will not be published.

1 + eight =