csstore

ବିଭିନ୍ନ ସ୍ଥାନରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା’ ସାହାଜି ଯୁବକ ସଂଘ କପିଲାଭଟା ପକ୍ଷରୁ ଶିବ ମନ୍ଦିର ପ୍ରାଙ୍ଗଣରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ସଂଘର ସଭାପତି ଜିତାମିତ୍ର ବିଶି ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ସେହିପରି କପିଲାଭଟା ଗ୍ରାମ ପଞ୍ଚାୟତ ହାଇସ୍କୁଲଠାରେ ମଧ୍ୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ ବାରିକଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଦୁର୍ଦକ୍ଷ ହଂସ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କପିଲାଭଟା ସରପଞ୍ଚ ତୁଳସେ ଭୋଇ, ସମିତି ସଭ୍ୟ କେଦାର ଭୋଇ, ପୂର୍ବତନ ସମିତି ସଭ୍ୟ ମଧୁସୂଦନ ସାହୁ, ମା’ ସାହାଜି ଯୁବକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ, ମହିପାଲ ଷଣ୍ଡ, ଶୋଭାକର ନାଗ, ରାମଚନ୍ଦ୍ର ବିଶି, ପ୍ରଫୁଲ୍ଲ ବିଶି, ଝସକେତନ ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ବଙ୍ଗୋମୁଣ୍ଡା ବ୍ଲକ ଅଞ୍ଚଳରେ ୭୬ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସେହିପରି ବଙ୍ଗୋମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ, ବଙ୍ଗୋମୁଣ୍ଡାର ସର୍ବ ସାଧାରଣ ଖେଳ ପଡିଆ, କସ୍ତୁରବା ଗାନ୍ଧୀ ବିଦ୍ୟାଳୟ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜାମୁଟ ଛକ ଇଂରାଜୀ ବିଦ୍ୟାଳୟ, ଗନ୍ଧର୍ଲା ଗାଁ ଛକଠାରେ ରାଜ୍ୟ ଯୁବ ବିଜେଡି ସମ୍ପାଦକ ତଥା ବଙ୍ଗୋମୁଣ୍ଡା ବ୍ଲକ ସରପଞ୍ଚ ସଂଘ ସଭାପତି ଅଜିତ କୁମାର ଯୋଶୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ ।

jayashree
Leave A Reply

Your email address will not be published.