pakka

ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ୟୁରୋ ସ୍କୁଲରେ ପବିତ୍ର ଜନ୍ମାଷ୍ଟମୀ ପାଳିତ

bbehera

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ୟୁରୋ ସ୍କୁଲରେ ପବିତ୍ର ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ଉପସ୍ଥିତ ରହି କୃଷ୍ଣ ବେଶରେ ସୁସଜ୍ଜିତ କୁନି କୁନି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ ଜନ୍ମାଷ୍ଟମୀର ବିଭିନ୍ନ ଗାଥା ଗାନ କରିଥିଲେ । ସ୍କୁଲର କୁନି କୁନି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହି ଅବସରରେ ସ୍କୁଲର ମୁଖ୍ୟ ପୃଷ୍ଠପୋଷକ ତଥା ଯୁବ ଆଇନଜୀବୀ ରଞ୍ଜନ କୁମାର ମହାପାତ୍ର, ସହପୃଷ୍ଠପୋଷକ ସସ୍ମିତା ମହାପାତ୍ରଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

jay balangir
Leave A Reply

Your email address will not be published.

5 × two =

error: Content is protected !!