pakka

ସୁଲେକେଲା ଧରମ ସିଂହ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ପର୍ଯ୍ୟଟନ ଦିବସ ପାଳିତ

kalikesh

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ସୁଲେକେଲା ଧରମ ସିଂହ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ଵ ପର୍ଯ୍ୟଟନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପଦ୍ମମୁଖ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଦିବସରେ ବିଦ୍ୟାଳୟର ଟ୍ୟୁରିଜିମ୍‌ ଏଣ୍ଡ ହସପିଟାଲିଟି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅତି ଆଡମ୍ବର ସହକାରେ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମହେନ୍ଦ୍ର ବୁଡେକ ଯୋଗ ଦେଇଥିବା ବେଳେ ମହନସୁନ୍ଦର ବୁଡେକ, ବୈଷ୍ଣବ ଦଳାଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପ୍ରାରମ୍ଭିକ ସ୍ୱାଗତ ସଂଗୀତ ଗାନ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଟ୍ରଫି ଦେଇ ସମ୍ମାନିତ କରାଯାଇଥିଲା । ଧନ୍ଦାମୂଳକ ଶିକ୍ଷକ ଦେବାଶିଷ ଚନ୍ଦ୍ର ନାୟକ ସଭା ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ । ଶିକ୍ଷକ କାଳଚାନ୍ଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

pp
Leave A Reply

Your email address will not be published.

eleven + nineteen =