pakka

ଇସିଆର୍‌ ପକ୍ଷରୁ ମହାପରିନିର୍ବାଣ ଦିବସ ପାଳିତ

bbehera

ଭୁବନେଶ୍ୱର : ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ. ବି.ଆର୍‌. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକରଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହ ଅନ୍ୟ କର୍ମଚାରୀମାନେ ମଧ୍ୟ ଡ. ବି.ଆର୍‌. ଆମ୍ବେଦକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଉକ୍ତ ସମାରୋହରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ, ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ । ରେଳପଥର ମୁଖ୍ୟ କାର୍ମିକ ଅଧିକାରୀ (ପ୍ରଶାସନ) ଏଲ୍‌ଭିଏସ୍‌ଏସ୍‌ ପାତୃଡୁ ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ମହାପରିନିର୍ବାଣ ଦିବସ ମଧ୍ୟ ପୂର୍ବତଟ ରେଳପଥର ସମସ୍ତ ରେଳ ମଣ୍ଡଳ ଯଥା ୱାଲଟିୟର, ସମ୍ବଲପୁର ଓ ଖୋର୍ଦ୍ଧା ରୋଡ୍‌ ରେଳ ମଣ୍ଡଳଗୁଡ଼ିକ ସହ ଅନ୍ୟାନ୍ୟ ରେଳବାଇ କାର୍ଯ୍ୟାଳୟ ଓ ଷ୍ଟେସନଗୁଡ଼ିକରେ ପାଳିତ ହୋଇଯାଇଛି ।

jay balangir
Leave A Reply

Your email address will not be published.

three × 2 =