pakka

ବରକେରା ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

bbehera

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା । ପରେ ପରେ ଶକ୍ତି ସଂରକ୍ଷଣ ଉପରେ ଏକ ସଭାର ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମିଟୁ କିଶୋର ପ୍ରଧାନ । ଶିକ୍ଷକ ବିରଞ୍ଚିନାରାୟଣ ବରାଳ, ପୁରୁଷୋତ୍ତମ ନାୟକ, ବିଦ୍ୟାଳୟ ପରିଚାଳନା କମିଟିର ଚେୟାରମ୍ୟାନ ପବିତ୍ର ମୋହନ ପରିଡା ପ୍ରମୁଖ ଯୋଗଦେବା ସହିତ ଛାତ୍ରଛାତ୍ରୀମାନେ ମଧ୍ୟ ଯୋଗ ଦେଇଥିଲେ । ବକ୍ତାମାନେ କିଭଳି ଶକ୍ତି ସଂରକ୍ଷଣ, ଜଳ ସଂରକ୍ଷଣ, ବନ ସଂରକ୍ଷଣ କରାଯାଇ ପାରିବ ତାହା ଉପରେ ଆଲୋକପାତ କରିଥିଲେ । ଅଜଥାରେ ଶକ୍ତି, ଜଳ ଓ ବନ ନଷ୍ଟ ନ କରିବା ପାଇଁ ସଂକଳ୍ପ ନେଇଥିଲେ । ସର୍ବ ଶେଷରେ ବିରଞ୍ଚିନାରାୟଣ ବରାଳ ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

nine + 11 =