ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ସ୍ୱାମୀ ବିବେକାନନ୍ଦଙ୍କ ୧୫୮ତମ ଜୟନ୍ତୀ ଓ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକୃତି ବଂଧୁ ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅବସରପ୍ରାପ୍ତ ଶିକ୍ଷକ ଥମିର ଛତ୍ରିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିବେକାନନ୍ଦ ଯୁବପିଢ଼ିର ଆଦର୍ଶ ବୋଲି ନିଜ ବକ୍ତବ୍ୟ ରେ କହିଥିଲେ । ଏହି କାର୍ୟ୍ୟକ୍ରମରେ ଶିକ୍ଷକ କିଶୋର ବରିହା, ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି, ଅଗସ୍ତି ମାଝୀ, ଛିନେ ମାଝୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା ଉପସ୍ଥିତ ଥିଲେ ।
Prev Post