oum

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସାଧାରଣତନ୍ତ୍ର ଦିବସ ପାଳିତ

jsm

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୭୪ତମ ସାଧାରଣତନ୍ତ୍ର ଦିବସ ଏବଂ ସରସ୍ୱତୀ ପୂଜା ପାଳିତ ହୋଇଯାଇଛି । ସାଧାରଣତନ୍ତ୍ର ଦିବସ ପରେଡରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ପ୍ରାଣୀ ଚିକିତ୍ସା ଅଧିକାରୀ ପ୍ରକାଶ କୁମାର ବେଉରା ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ପ୍ରାଚୀର ପତ୍ରିକା “ଅନ୍ୱେଷା”ର ପୂଜା ବିଶେଷାଙ୍କ ଉନ୍ମୋଚନ କରାଯାଇଥିଲା । ପରେ ବିଦ୍ୟାଳୟରେ ବିଦ୍ୟାଦାୟିନୀ ସରସ୍ୱତୀଙ୍କ ପୂଜା ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥିଲା ।

Leave A Reply

Your email address will not be published.