pakka

ପଖନମୁଣ୍ଡା ବିଦ୍ୟାଳୟରେ ବିଶ୍ୱ କର୍କଟ ଦିବସ ପାଳିତ

bbehera

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ତା.୦୪/୦୨/୨୩ରିଖ ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ କର୍କଟ ଦିବସ ପାଳିତ ହୋଇଯାଇଛି । ଜୁନିୟର ରେଡକ୍ରସ୍‌ ପରାମର୍ଶଦାତା ତଥା ପ୍ରଧାନ ଶିକ୍ଷକ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଚେତନତା ସଭାରେ ଶିକ୍ଷକ ବିଶେଶ୍ୱର ମୁଦୁଲି, ଅଲେଖ ବନଗୋଲା ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । କର୍କଟ ରୋଗ ପାଇଁ ଯଦି ଆମେ ମିଳିତ ଭାବେ ସଚେତନତା ସୃଷ୍ଟି କରିବା ତେବେ ରୋଗ କମିବା ସହିତ ରୋଗୀ ଉପକୃତ ହେବେ ବୋଲି ଶ୍ରୀ ଦାଶ ବକ୍ତବ୍ୟ ମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ ।

jay balangir
Leave A Reply

Your email address will not be published.

three × four =