om academy

ବରକେରା ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଓ ଆଚାର୍ଯ୍ୟ ହରିହର ଦାସଙ୍କ ତିରୋଧାନ ଦିବସ ପାଳିତ ‌

jsm

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଓ ଆଚାର୍ଯ୍ୟ ହରିହର ଦାସଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା । ପରେ ପରେ ଏକ ସଭାର ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସେଠୀ । ବରିଷ୍ଠ ଶିକ୍ଷକ ତଥା ପରିବେଶ କର୍ମୀ ମିଟୁ କିଶୋର ପ୍ରଧାନ, ଶିକ୍ଷୟିତ୍ରୀ ମଞ୍ଜୁଲତା ପ୍ରଧାନ, ଶିକ୍ଷକ ସୁଧୀର କୁମାର ଜେନା, ପୁରୁଷୋତ୍ତମ ନାୟକ, ପରିଚାଳନା କମିଟିର ଚେୟାରମ୍ୟାନ ପବିତ୍ର ମୋହନ ପରିଡା ଓ ଛାତ୍ରଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ । ବକ୍ତାମାନେ ଆଚାର୍ଯ୍ୟ ହରିହର ଦାସଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ସେ ଥିଲେ ଜଣେ ସେବା, ସହାନୁଭୂତି, ଆଚରଣ ଓ ଐକାନ୍ତିକ ନିଷ୍ଠାର ଜୀବନ୍ତ ପ୍ରତିକ । ମାତୃଭାଷାର ସୁରକ୍ଷା ଓ ସମୃଦ୍ଧି ପାଇଁ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ । ସବୁ ଦପ୍ତର ଓ ବ୍ୟବସାୟ ପ୍ରତିଷ୍ଠାନରେ ଓଡ଼ିଆ ଭାଷା କିପରି ପ୍ରଚଳିତ ହେବ ସେଥିପାଇଁ ଚେଷ୍ଟା କରିବାକୁ ବକ୍ତାମାନେ ଆହ୍ୱାନ ଦେଇଥିଲେ । ମାତୃଭୂମି ମାତୃଭାଷାର ମମତା ଜା ହୃଦେ ଜନମି ନାହିଁ, ତାକୁ ଜଦି ଜ୍ଞାନି ଗୁଣରେ ଗଣିବା ଅଜ୍ଞାନ ରହିବେ କାହିଁ । ସର୍ବ ଶେଷରେ ପୁରୁଷୋତ୍ତମ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.