centurian jitm

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଚୈତ୍ର ଶୁକ୍ଳ ପ୍ରତିପଦା ହିନ୍ଦୁ ନବବର୍ଷ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଚୈତ୍ର ଶୁକ୍ଳ ପ୍ରତିପଦା ଅବସରରେ ରାଷ୍ଟ୍ରୀୟ ନବବର୍ଷ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସିଦ୍ଧେଶ୍ୱର ମିଶ୍ର ଯୋଗ ଦେଇ ହିନ୍ଦୁ ନବବର୍ଷ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ସହ ପ୍ରଧାନ ଆଚାର୍ଯ୍ୟ ବିଭୁତି ଭୂଷଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନେ ହିନ୍ଦୁ ନବବର୍ଷ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଆଚାର୍ଯ୍ୟା ଝରଣା ସାହୁ ଏବଂ ଆଚାର୍ଯ୍ୟ ନିତ୍ୟାନନ୍ଦ ପଧାନ ମଧ୍ୟ ଆଜିର ଦିବସ ସମ୍ପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଆଚାର୍ଯ୍ୟା ଶ୍ରୀମାଞ୍ଜଳି ସାହୁ ।

Leave A Reply

Your email address will not be published.