oom

ବିଶ୍ୱ ମୟୂର ସୁରକ୍ଷା ଦିବସ ପାଳିତ

jsmm

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଋଷିକୁଲ୍ୟା କଇଁଛ ସୁରକ୍ଷା ସମିତି ତରଫରୁ ବିଶ୍ୱ ମୟୂର ସୁରକ୍ଷା ଦିବସ ପାଳିତ ହୋଇଯାଇଛି । ଯୁବ ପରିବେଶବିତ୍‌ ରବିନ୍ଦ୍ରନାଥ ସାହୁଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ବିଶ୍ୱାଳ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବାଳକୃଷ୍ଣ ମହାରଣା, ଓଡିଶା ସାମ୍ବାଦିକ ସଙ୍ଘ ଗଞ୍ଜାମ ଜିଲ୍ଲା କାର୍ଯ୍ୟକାରୀ ସଭାପତି ଉମାକାନ୍ତ ବେହେରା, ଗଞ୍ଜାମ ପ୍ରେସ୍‌କ୍ଲବ ସଭାପତି ଶବର କୁମାର ତରାଇ ପ୍ରମୁଖ ଯୋଗଦେଇ ମୟୂର ସୁରକ୍ଷା ସମ୍ପର୍କିତ ବକ୍ତବ୍ୟ ପ୍ରଦାନ କରିବା ସହ ବୃକ୍ଷ ରୋପଣ କରି ପରିବେଶ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବାସନ୍ତୀ ଲତା ସ୍ୱାଇଁ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଶିକ୍ଷାବିତ୍‌ ନିରଞ୍ଜନ ମହାରଣା ସଂଯୋଜନା କରିଥିଲେ । ବିଦ୍ୟାଳୟର ସମସ୍ତ ଛାତ୍ରୀ ଉପସ୍ଥିତ ରହିଥିଲେ ।

jittmm
Leave A Reply

Your email address will not be published.