oom

ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟ ସିନଖମନରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଶିକ୍ଷକ ଲଲାଟ କେଶରୀ ପ୍ରଧାନଙ୍କ ସଭାପତିତ୍ୱରେ ଶିକ୍ଷକ ଅନୀଲ କୁମାର ସାହୁଙ୍କ ସଂଯୋଜନାରେ କାର୍ଯ୍ୟକ୍ରମଟି ପାଳିତ ହୋଇଯାଇଛି । ଛାତ୍ରୀ ବିଦୁସ୍ମିତା ତାଣ୍ଡି ଓ ସହଯୋଗୀ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ଆଜିର ଦିବସ ଉପରେ ସୁନ୍ଦର ଭାବରେ ଶ୍ରୀ ପ୍ରଧାନ ଓ ଶ୍ରୀ ସାହୁ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ । ଶେଷରେ କ୍ରୀଡା ଶିକ୍ଷକ ନୀଳାଞ୍ଚଳ କୁଅଁର ଧନ୍ୟବାଦ ଅର୍ପଣ କରିଥିଲେ । ମୋଚି ଦଲାଇ, ରାଜେନ୍ଦ୍ର କୁଅଁର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.