ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳ ଦିବସ ତଥା ପ୍ରଥମ ଦିନୋତ୍ସବ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମେଣ୍ଡା ମହାବିଦ୍ୟାଳୟର ଇଂରାଜୀ ବିଭାଗ ଅଧ୍ୟାପକ ଆନନ୍ଦ ଚନ୍ଦ୍ର ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଉତ୍କଳ ଦିବସ ବିଷୟରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ଆଚାର୍ଯ୍ୟ କୁନା ବେହେରା ଏବଂ ଆଚାର୍ଯ୍ୟ ଶ୍ରୀମାଞ୍ଜଳି ସାହୁ ଉତ୍କଳ ଦିବସ ବିଷୟରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଛାତ୍ର ଇଚ୍ଛାମୟ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସହ ପ୍ରଧାନ ଆଚାର୍ଯ୍ୟ ବିଭୁତି ଭୂଷଣ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ରସାନନ୍ଦ ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିଲେ । ପରିଶେଷରେ ଆଚାର୍ଯ୍ୟା କୁମୁଦିନି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ପ୍ରଥମ ଦିନୋତ୍ସବ ପୂଜାର୍ଚ୍ଚନା ତଥା ହୋମଯଜ୍ଞ ଅନୁଷ୍ଠିତ ହୋଇଥିଲା ।

Leave A Reply

Your email address will not be published.