ପାଟଣାଗଡ଼ରେ ଉତ୍କଳ ଦିବସ ପାଳିତ

ପାଟଣାଗଡ଼, (ସଦାଶିବ ସରାଫ) : ପାଟଣାଗଡ଼ ରମାଇ ଉଚ୍ଚ ବିଦ୍ୟାଳୟ ପରିସରରେ ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଉପଜିଲ୍ଲାପାଳ ଡ଼କ୍ଟର ବିଜୟା ନନ୍ଦ ସେଠୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜେଲ ଅଧିକାରୀ, ଖପ୍ରାଖୋଲ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଉପନଗରପାଳ ପ୍ରଫୁଲ୍ଲ କୁମାର ମେହେର ଓ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଲକ୍ଷ୍ମୀକାନ୍ତ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । ସଭା ଆରମ୍ଭ ପୂର୍ବରୁ ଅତିଥିମାନେ ଓଡ଼ିଶାର ବୀରପୁତ୍ରମାନଙ୍କ ଫଟୋରେ ପ୍ରଦୀପ ପ୍ରଜ୍ୱଳନ କରିଥିଲେ । ପରେ ଆଜିର ଦିନରେ ଉତ୍କଳ ଗୌରବ ମଧୁସୂଦନ ଦାସ ଓ ମହାମନିଷିମାନଙ୍କ ଗୁଣାବଳୀ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ କୃତି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଡ଼କ୍ଟର ବିଜୟା ନନ୍ଦ ସେଠୀ ପୁରସ୍କୃତ କରିଥିଲେ ।

Leave A Reply

Your email address will not be published.