pakka

ଭବାନୀପାଟଣାରେ ୭୫ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

bbehera

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : ୭୫ତମ ସାଧାରଣତନ୍ତ୍ର ଦିବସ ପାଇଁ ପୁରଠୁ ପଲ୍ଲୀ ଉତ୍ସବ ମୁଖର ହୋଇ ଉଠିଛି । ଏହାକୁ ନେଇ ସବୁଠି ଉତ୍ସାହର ମାହୋଲ । ତ୍ରିରଙ୍ଗା ରଙ୍ଗରେ ରଙ୍ଗୀନ ହୋଇଛି ଗାଁଠୁ ସହର । ସାରା ଦେଶରେ ଉଡୁଛି ତ୍ରିରଙ୍ଗା ପତାକା । ସବୁଠି ଗୁଞ୍ଜରିତ ହେଉଛି ଜାତୀୟ ସଙ୍ଗୀତ । ଆଜି କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରେ ଜିଲ୍ଲାସ୍ତରୀୟ ୭୫ତମ ସାଧାରଣ ତନ୍ତ୍ର ଦିବସ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସରକାରଙ୍କ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ଜିଲ୍ଲାର ୩୪ଟି ଦଳ ପ୍ୟାରେଡ଼ରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ଆଦିବାସୀ ସର୍ଦ୍ଦାର ରେଣ୍ଡୋ ମାଝୀଙ୍କ ବୀରତ୍ୱର ଗାଥାକୁ ନିଜ ଅଭିଭାଷଣରେ ମନେ ପକାଇ ଥିଲେ ମନ୍ତ୍ରୀ । ଦେଶରେ ବ୍ରିଟିଶ ସରକାର ବିରୁଦ୍ଧରେ ସେ କନ୍ଧ ଆଦିବାସୀମାନଙ୍କୁ ଏକଜୁଟ କରି ବ୍ରିଟିଶ ସରକାର ବିରୁଦ୍ଧରେ ଲଢେଇ କରିଥିଲେ । ଦେଶ ପାଇଁ ତାଙ୍କର ଅବଦାନ ଅମୂଲ୍ୟ ବୋଲି ମନ୍ତ୍ରୀ ନିଜ ଅଭିଭାଷଣରେ ପ୍ରକାଶ କରିଥିଲେ । ଏହା ପରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

jay balangir
Leave A Reply

Your email address will not be published.

two × two =