ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ପ୍ରଥମ ବିଶ୍ୱ ଭାଷା ସମ୍ମିଳନୀ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାଠାରେ ପ୍ରଥମ ବିଶ୍ଵ ଭାଷା ସମ୍ମିଳନୀ ମହାସମାରୋହରେ ପାଳିତ ହୋଇଯାଇଛି । ପୂର୍ବାହ୍ନରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ରାଜ୍ୟ ସଂଗୀତ ବନ୍ଦେ ଉତ୍କଳଜନନୀ ସମସ୍ତ ଛାତ୍ରଛାତ୍ରୀ ସାମୁହିକ ଗାନ କରିଥିଲେ । ତତ୍ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, କୁଇଜ୍, ତର୍କ ପ୍ରତିଯୋଗିତା ଏବଂ ଚିତ୍ର, କବିତା, ପ୍ରକଳ୍ପ ଆଦି ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା । ଅପରାହ୍ନରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜ ସଂସ୍କାରକ ରଞ୍ଜନ କୁମାର ବାଗ ଯୋଗ ଦେଇ ମାତୃଭାଷାର ବହୁଳ ବ୍ୟବହାର ଉପରେ ଗୁରୁତ୍ୱାରୋପ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା ସମିତିର ଉପାଧ୍ୟକ୍ଷା ଶ୍ରୀମତୀ ଜନନୀ ଧରୁଆ ଯୋଗ ଦେଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରଶାନ୍ତି ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ସହକାରୀ ଶିକ୍ଷୟିତ୍ରୀ, ଅଭିଭାବକ, ଅଭିଭାବିକା, ପୂର୍ବତନ ଛାତ୍ରଛାତ୍ରୀ ଯୋଗ ଦେଇ ସହଯୋଗ କରିଥିଲେ ।

Leave A Reply

Your email address will not be published.

3 × 1 =