pakka

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ

bbehera

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ରାମଚନ୍ଦ୍ର ପଟେଲ ଯୋଗଦେଇ ହିନ୍ଦୁ ନବବର୍ଷର ମହତ୍ତ୍ଵ ବିଷୟରେ ଆଲୋକପାତ କରିଥିଲେ । ଆଚାର୍ଯ୍ୟ ପ୍ରେମାନନ୍ଦ ମିଶ୍ର ଅତିଥି ପରିଚୟ ତଥା ଉଦ୍ଦେଶ୍ୟ କଥନ କରିଥିବା ବେଳେ ବରିଷ୍ଠ ଆଚାର୍ଯ୍ୟ ନିତ୍ୟାନନ୍ଦ ପଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି ଉତ୍ସବରେ ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ ।

jay balangir
Leave A Reply

Your email address will not be published.

12 + 11 =