ls

ପ୍ରଦୀପ ମହାରଥୀଙ୍କ ୬୯ତମ ଜନ୍ମ ବାର୍ଷିକ ପାଳିତ

sb

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତରେ ଅବସ୍ଥିତ ପ୍ରଦୀପ ମହାରଥୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାର ଦିବଂଗତ ପିପିଲି ବିଧାୟକ ତଥା ପ୍ରାକ୍ତନ ମନ୍ତ୍ରୀ ଶ୍ରୀ ମହାରଥୀଙ୍କ ୬୯ତମ ଜନ୍ମଜୟନ୍ତୀ ଉତ୍ସବ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ୧୬ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ କୁମାର ସାହୁ,ବ୍ଲକ୍ ଅଧ୍ୟକ୍ଷା ବାସନ୍ତୀ ସାହୁ,ଉପାଧ୍ୟକ୍ଷ ଦୁର୍ବାସା ନିଶଙ୍କ, ସ୍ଥାନୀୟ ସରପଞ୍ଚ ଗୋବର୍ଦ୍ଧନ ସେଠୀ, ସମିତି ସଭ୍ୟ ସୁଶାନ୍ତ କୁମାର ଦାସ ଓ ସମାଜସେବୀ ନବଘନ ପ୍ରଧାନ ପ୍ରମୁଖ ଯୋଗଦେଇ ବିଦ୍ୟାଳୟ ପରିସରରେ ସ୍ଥାପିତ ଦିବଂଗତ ପ୍ରତିଷ୍ଠାତା ପ୍ରଦୀପ ମହାରଥୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପ୍ରଦୀପ ଜାଳି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସ୍ୱର୍ଗତଃ ମହାରଥୀ ଡେଲାଙ୍ଗ ପିପିଲି ନିର୍ବାଚନ ମଣ୍ଡଳୀର ଜଣେ ଅପ୍ରତିଦ୍ଵନ୍ଦୀ ନେତା ଥିବାବେଳେ ଅଞ୍ଚଳର ବିକାଶ ପାଇଁ ତାଙ୍କର ଅବଦାନ ଅବିସ୍ମରଣୀୟ ହୋଇ ରହିବ ବୋଲି ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ସାହୁ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ଛାତ୍ରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ ।

pc pk
Leave A Reply

Your email address will not be published.