
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଶ୍ରୀରାମନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ସମ୍ଭାର ବିଦ୍ୟାଳୟରେ ବହୁ ଉତ୍ସାହ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତା କରିଥିଲେ । ବିଦ୍ୟାଳୟର ସମ୍ପାଦକ ପଦ୍ମଚରଣ ସାହୁ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହିତ ଶିଶୁମାନଙ୍କୁ ମାର୍ଗଦର୍ଶନ କରିଥିଲେ । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ ସାଂଗକୁ ସ୍ଵାଗତ ସମ୍ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ସୁକାନ୍ତ କୁମାର ସାହୁ ଗୁରୁ ପୂର୍ଣ୍ଣିମା ବିଷୟରେ ଆଲୋକପାତ କରିଥିଲେ । ଶେଷରେ ଆଚାର୍ଯ୍ୟ ବିନୋଦ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।